ଓଡ଼ିଶା

କାଳବୈଶାଖୀକୁ ନେଇ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର() ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବୈଶାଖୀ ଜନିତ ବିଜୁଳି ଘଡଘଡ଼ି । ଆଜି ୫ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ପ୍ରଭାବ ଥିବାରୁ ଏହି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ।

ସେପଟେ ତାତି ବଢୁଥିବାରୁ ଲୋକେ ଆଉଟୁ ପାଉଟୁ ହେଲେଣି । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଉପରମୁହାଁ ଥିବାରୁ ଲୋକେ ଅତିଷ୍ଠ ହୋଇଛନ୍ତି । ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଶନିବାର ରାଜ୍ୟର ୧୩ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା । ସେଥି ମଧ୍ୟରୁ ଅଧିକାଂଶ ଜିଲ୍ଲା ଆଭ୍ୟନ୍ତରୀଣ ଓଡ଼ିଶାର । ତେବେ ଊଭୟ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୧.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com