ଓଡ଼ିଶା

ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର() ରାଜ୍ୟରେ ଜାରି ରହିବ ଖରା ବର୍ଷାର ଲୁଚକାଳି ଖେଳ । ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢିଚାଲିବ । ବିଶେଷ କରି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।

ସେପଟେ ରାଜ୍ୟରେ ଏବେ କାଳବୈଶାଖୀ ସକ୍ରିୟ ରହିଛି । ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି । ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳ ବୈଶାଖୀ ବର୍ଷା ସମ୍ଭାବନା ରହିଛି । ତେବେ ବର୍ତ୍ତମାନ ଓଡ଼ିଶା ଉପରେ ପାଣିପାଗର କୌଣସି ନିୟାମକ ନ ଥିବାରୁ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରା ବଢିବ । ତେବେ ଉପକୂଳ ଓଡ଼ିଶାରେ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ହେଉଥିବାରୁ ତାପମାତ୍ରା ସାମାନ୍ୟ କମ୍ ରହିବ । ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ସର୍ବାଧିକ ୩୮ ଡିଗ୍ରୀ ପର୍ଯ୍ୟନ୍ତ ଯାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com