ଓଡ଼ିଶା

ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ() ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲିକପ୍ଟରରେ ପୁରୀରେ ପହଞ୍ଚିବା ପରେ ସୁରକ୍ଷା ବଳୟରେ ମୁଖ୍ୟମନ୍ତ୍ରୀ ସଭା ସ୍ଥଳକୁ ଯାଇଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାବାସୀଙ୍କୁ ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗାଇବାର ଶୁଭାରମ୍ଭ କରିଥିଲେ । ଏହାସହ ବିଦ୍ୟାର୍ଥୀଙ୍କ ସହ ଭାବ ବିନିମୟ କରିଥିଲେ ନବୀନ ।  ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ଭର୍ଚ୍ଚୁଆଲରେ ରହିଥିଲେ ।

ପୁରୀ ବାଲିଗୁଆଳି ନିକଟରେ ୫୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ନିର୍ମାଣ କରାଯାଇଛି । ୨୦୨୧-୨୦୨୨ ବର୍ଷ ପାଇଁ ଏମବିବିଏସ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଥମ ବ୍ୟାଚରେ ୩୦ ଜଣ ଛାତ୍ରୀଙ୍କ ସହ ୭୦ ଜଣ ଛାତ୍ର ରହିଛନ୍ତି । କେନ୍ଦ୍ରମନ୍ତ୍ରୀ ମାଣ୍ଡଭିୟା ଛାତ୍ରମାନଙ୍କ ସହ ଭର୍ଚ୍ଚୁଆଲରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।

ମେଡିକାଲ କଲେଜରେ ପାଞ୍ଚ ତାଲା ବିଶିଷ୍ଟ ହଷ୍ଟେଲ ନିର୍ମାଣ ହୋଇଥିବା ବେଳେ ବିଦ୍ୟାର୍ଥୀଙ୍କ ସମସ୍ତଙ୍କ ଆବଶ୍ୟକତା ପୂରଣ ପାଇଁ ଭିତ୍ତିଭୂମି ପ୍ରସ୍ତୁତ ହୋଇଛି । ସେହିପରି ପ୍ରଶାସନିକ ଭବନ, କ୍ୟାଣ୍ଟିନ ସମେତ କ୍ଲାସରୁମ, ଲ୍ୟାବ ନିର୍ମାଣ ହୋଇଛି । ଏଥିରେ ୧୫୦ ଛାତ୍ରୀ ଓ ୩୦୦ ଛାତ୍ରଙ୍କ ପାଇଁ ସୁବିଧା ରହିଛି । ମେଡିକାଲର ଏବେ ୨୧ଟି ବିଭାଗର ପାଠ୍ୟକ୍ରମ ଖୋଲିଛି । ପାଠ ପଢ଼ାଇବାକୁ ୧୫୦ ଜଣ ପ୍ରଫେସର, ବିଶେଷଜ୍ଞ, ସହକାରୀ ପ୍ରଫେସର ଯୋଗ ଦେଇସାରିଲେଣି । ବର୍ତ୍ତମାନ ପରିପ୍ରେକ୍ଷୀରେ କଲେଜ ସାମୟିକ ଭାବେ ପୁରୀ ଡାକ୍ତରଖାନାରେ ଚାଲୁଥିବା ବେଳେ ଆଗକୁ ୬୫୦ ବେଡ଼ ବିଶିଷ୍ଟ ନିଜସ୍ବ ଡାକ୍ତରଖାନାରେ ଚାଲିବା ନେଇ ନିର୍ମାଣ ଆରମ୍ଭ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com