ଓଡ଼ିଶା

ରାଜ୍ୟରେ ଖରା ବର୍ଷାର ଲୁଚକାଳି ଖେଳ, ଆସନ୍ତା ୧୬ ପର୍ଯ୍ୟନ୍ତ ଜାରି ରହିବ ପ୍ରବଳ ତାତି

ଭୁବନେଶ୍ୱର() ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଖରା ବର୍ଷାର ଲୁଚକାଳି ଖେଳ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିବ ହେଲେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା । ଘଡ଼ଘଡ଼ି ବିଜୁଳି ସହ ବର୍ଷା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗିର, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ କାଳବୈଶାଖୀ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଏବେ ଉପକୂଳ ଓଡ଼ିଶାରେ ସ୍ୱାଭାବିକ ତାପମାତ୍ରା ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆସନ୍ତା ୨ ଦିନ ମଧ୍ୟରେ ଆହୁରି ତାତି ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି । ସ୍ୱାଭାବିକଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢ଼ିବ । ତେଣୁ ଦିନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଜରୁରୀ କାମ ନ ଥିଲେ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଅପରାହ୍ନରେ ଆକାଶ ମେଘାଛନ୍ନ ରହିବା ସହ ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ସର୍ବାଧିକ ୩୮ ଡିଗ୍ରୀ ପର୍ଯ୍ୟନ୍ତ ଯାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com