ଓଡ଼ିଶା

ହାରୁଛି କରୋନା, ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୪ କରୋନା ପଜିଟିଭ୍

ଭୁବନେଶ୍ୱର() ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୭୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୫୬୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୯୬୯୪୬୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com