ଓଡ଼ିଶା

୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର() ଆଜି ୭୪ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ପଣ୍ତିତ ଜବାହରଲାଲ ନେହରୁ ଓଡ଼ିଶାର ନୂଆ ରାଜଧାନୀ ଭୁବନେଶ୍ବରଠାରେ ନିର୍ମାଣର ଶୁଭାରମ୍ଭ କରିଥିଲେ। ପୂର୍ବରୁ ଓଡ଼ିଶାର ରାଜଧାନୀ କଟକ ଥିଲା। ୭୪ ତମ ରାଜଧାନୀ ପ୍ରତିଷ୍ଠା ଦିବସରେ ଆଜି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଗାନ୍ଧୀମାର୍ଗରେ ସ୍କୁଲ, କଲେଜ ଛାତ୍ରଛାତ୍ରୀମାନଙ୍କୁ ନେଇ ପରେଡ ହୋଇଥିବାବେଳେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଭିବାଦନ ଗ୍ରହଣ କରିଥିଲେ |

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ପଦ୍ମନାଭ ବେହେରା, ସମୀର ରଞ୍ଜନ ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ ପ୍ରମୁଖ ଯୋଗ ଦେଇଥିଲେ |

Related Articles

Back to top button
WP Twitter Auto Publish Powered By : XYZScripts.com