ସ୍ୱାସ୍ଥ୍ୟ

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧୫୦ କରୋନା ପଜିଟିଭ୍

ନୂଆଦିଲ୍ଲୀ() କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦୁଇ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୧୫୫୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୮ ହଜାର ୭୮୮ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୧୭୫୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com