ଓଡ଼ିଶା

ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୯ ଜିଲ୍ଲାକୁ ୟେଲୋ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର() ଆଗାମୀ ଚାରି ରୁ ୫ ଦିନ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇପାରେ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା,ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ଯାଜପୁର, କେଉଁଝର,ଭଦ୍ରକ, ବାଲେଶ୍ୱର ଏବଂ ମୟୁରଭଞ୍ଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ।

ସେହିଭଳି ଏହି ସମୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା,ଗଞ୍ଜାମ, କନ୍ଧମାଳ, କେଉଁଝର, ବାଲେଶ୍ୱର ଏବଂ ମୟୁରଭଞ୍ଜ ଜିଲ୍ଲାରେ ବିଜୁଳି ସହିତ ଘଡ଼ଘଡ଼ି ହେବା ନେଇ ହଳଦିଆ ଚେତାବନୀ ଜାରି କରାଯାଇଛି । ସେହିପରି ଆସନ୍ତା ୩ରୁ ୪ ଦିନ ରାଜ୍ୟର ବିଭିନଦ୍ନ ସ୍ଥାନରେ ହାଲୁକାରୁ ମଧ୍ୟ ଧରଣର ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com