ସ୍ୱାସ୍ଥ୍ୟ
ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧୫୦ କରୋନା ପଜିଟିଭ୍
ନୂଆଦିଲ୍ଲୀ() କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦୁଇ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
भारत में पिछले 24 घंटे में #COVID19 के 1,150 नए मामले सामने आए हैं। इस दौरान सक्रिय मामलों की कुल संख्या 11,558 हैं। pic.twitter.com/XNUXOtaU4o
— ANI_HindiNews (@AHindinews) April 17, 2022