ଓଡ଼ିଶା

ଇସ୍ରୋ ବୈଜ୍ଞାନିକଙ୍କ ମୃତ୍ୟୁ, ଜଳାଶୟରେ ଗାଧୋଉଥିବା ବେଳେ ବୁଡିଗଲେ

ବରଗଡ଼() ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଝାରପାଲି ଗ୍ରାମର ଇସ୍ରୋ (ଭାରତୀୟ ଅନ୍ତରୀକ୍ଷ ବିଜ୍ଞାନ ଓ ପ୍ରାଦୌଗିକ ସଂସ୍ଥାନ)ରେ କାର୍ଯ୍ୟରତ ବୈଜ୍ଞାନିକ ନିହାର ରଞ୍ଜନ ପ୍ରଧାନ(୨୭)ଙ୍କ ମୃତ୍ୟୁ ହୋଇଛି । ଆଜି ସେ ଗ୍ରାମର ଏକ ଜଳାଶୟରେ ଗାଧୋଉଥିବାବେଳେ ବୁଡ଼ିଯାଇଥିଲେ ।

ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭୁକ୍ତା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଗତ ଶନିବାର ସେ ନିଜ ଗ୍ରାମ ଝାରପାଲିକୁ ଛୁଟିରେ ଆସିଥିଲେ ଏବଂ ସୋମବାର ମଧ୍ୟାହ୍ନରେ ଗାଧୋଇବାକୁ ଯାଇଥିବାବେଳେ ଏହି ଘଟଣା ଘଟିଥିଲା । ତାଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଏବେ ଶୋକର ଛାୟା ଖେଳିଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com