ଓଡ଼ିଶା

ପରଲୋକରେ ପ୍ରଫୁଲ୍ଲ କର, ୮୩ ବର୍ଷ ବୟସରେ ଦେହାନ୍ତ

ଭୁବନେଶ୍ୱର() ଆଖି ବୁଜିଲେ ବିଶିଷ୍ଟ  ସଂଗୀତଜ୍ଞ ପ୍ରଫୁଲ କର  । ୮୩ ବର୍ଷ ବୟସରେ ଆଖି ବୁଜିଛନ୍ତି ଏହି ସଙ୍ଗୀତ ଯାଦୁକର  । ଶହ ଶହ ସୁମଧୁର ଗୀତରେ ଓଡ଼ିଆ ଦର୍ଶକଙ୍କୁ ବାନ୍ଧି ରଖିଥିବା ଏହି କିମ୍ବଦନ୍ତୀ କଣ୍ଠଶିଳ୍ପୀ ତଥା ସଙ୍ଗୀତକାର ଆଖି ବୁଝିଛନ୍ତି  ।  ରବିବାର ରାତି ୯.୩୦ରେ ପ୍ରଫୁଲ କରଙ୍କ ଦେହାନ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁତ୍ର ମହାଦୀପ କର  ।

ଭୁବନେଶ୍ୱର ସତ୍ୟନଗର ବାସଭବନରେ ତାଙ୍କର ଦେହାନ୍ତ ହୋଇଛି  । ସଂଗୀତ ସାଧକ ପ୍ରଫୁଲ କରଙ୍କ ପ୍ରତିଭାକୁ ପ୍ରଶଂସା କରିଥିଲେ ଭାରତ ସରକାର  । ଯେଉଁଥିପାଇଁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା  । ଓଡ଼ିଶାରେ ଓଡ଼ିଆ ସଙ୍ଗୀତର ବୀଜ ଅଙ୍କୁରୋପଣ କରିବାରେ ପ୍ରଫୁଲ୍ଲ କରଙ୍କ ରହିଛି ଅତୁଳନୀୟ ଅବଦାନ  ।

 ୧୯୩୯ ମସିହା ଫେବୃଆରୀ ୧୬ ତାରିଖରେ ପୁରୀରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫୁଲ୍ଲ କର।  ପିତାଙ୍କ ନାମ ପିତା ବୈଦ୍ୟନାଥ କର ଓ ମାତା ସୁଶିଳା କରଙ୍କ ସନ୍ତାନ ଥିଲେ ପ୍ରଫୁଲ୍ଲ କର । ତାଙ୍କ ପରିବାରରେ ସଂଗୀତମୟ ପରିବେଶ ଥିଲା । ସମଗ୍ର ପରିବାର ହିଁ ତାଙ୍କର ଥିଲା ସଙ୍ଗୀତର ଆସର  । ବାଲ୍ୟକାଳରୁ ପ୍ରଫୁଲ୍ଲ କର ଏହି ସବୁ ସଙ୍ଗୀତଜ୍ଞମାନଙ୍କୁ ଶୁଣିବାର ସୁଯୋଗ ପାଇଥିଲେ ଓ ଏହାର ପ୍ରଭାବ ତାଙ୍କ ଉପରେ ପଡ଼ିଥିଲା । ପିଲାବେଳୁ ସେ ନିଜ ପିତାଙ୍କୁ ହରାଇଥିଲେ ଏବଂ ମାମୁଁ ଘରେ ତାଙ୍କର ଲାଳନ ପାଳନ ହୋଇଥିଲା ।

ପ୍ରଫୁଲ୍ଲ କର ପ୍ରାୟ ୭୦ରୁ ଅଧିକ ଓଡ଼ିଆ ସିନେମା ଓ ୪ଟି ବଙ୍ଗଳା ସିନେମାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ତଥା ପାରମ୍ପାରିକ ଓଡ଼ିଶୀ ଲୋକଗୀତର ବହୁଳ ବ୍ୟବହାର ଦେଖିବାକୁ ମିଳେ । ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶନା ପାଇଁ ସେ ୮ଥର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com