ଓଡ଼ିଶା
ରାଜ୍ୟର ୮ ଜିଲ୍ଲାରୁ ୧୩ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବର୍ଗର
ଭୁବନେଶ୍ବର() ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୮ଟି ଜିଲ୍ଲାରୁ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 17th April
New Positive Cases: 13
Of which 0-18 years: 2
In quarantine: 8
Local contacts: 5(Details of local contacts will be shared by concerned District)
1. Balasore: 1
2. Balangir: 2
3. Cuttack: 1
4. Kendrapada: 2
5. Khurda: 2— I & PR Department, Odisha (@IPR_Odisha) April 18, 2022