ଓଡ଼ିଶା

ତାତିରୁ ମିଳିବ ତ୍ରାହି: ଆଜିଠୁ କାଳବୈଶାଖୀ ସମ୍ଭାବନା, ୮ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ଗତ କିଛିଦିନ ହେବ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ସେଥିରୁ ସାମାନ୍ୟ ତ୍ରାହି ମିଳିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜିଠୁ ୨୩ ତାରିଖ ଯାଏ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଏହି ସମୟରେ ତାପମାତ୍ରାରେ ୨ ଡିଗ୍ରୀ ହ୍ରାସ ଘଟିବ । ହେଲେ କାଳବୈଶାଖୀ ସତ୍ତେ୍ୱ ବି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ନାହିଁ । ସେସବୁ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ।

ଉପକୂଳ ଅଞ୍ଚଳରେ ଜଳୀୟ ବାଷ୍ପ ପରିମାଣ ଅଧିକ ରହୁଥିବାରୁ ତାତି ସାମାନ୍ୟ କମ୍‌ ଅନୁଭୂତ ହେଉଥିଲେ ବି ଗୁଳୁଗୁଳି ପରିସ୍ଥିତିକୁ ଅଧିକ ସଂଗୀନ କରିକାଉଛି । କାଳବୈଶାଖୀ ପରେ ଗୁଳୁଗୁଳିରୁ ସାମାନ୍ୟ ତ୍ରାହି ମିଳିବ । ପରବର୍ତ୍ତୀ ସମୟରେ ଯଦି ସାମୁଦ୍ରିକ ବାୟୁର ପ୍ରଭାବ ରହିଲା ତେବେ ପୁଣି ଗୁଳୁଗୁଳି ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ବୁଲେଟିନ୍‌ରେ କୁହାଯାଇଛି ।

ଆଜି ସକାଳ ୮ଟାରୁ ୨୨ ତାରିଖ ସକାଳ ୮ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପବନ ଅଧିକ ହୋଇପାରେ । ଏପରିକି ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ରହିାରେ । ସେଥିାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com