ଓଡ଼ିଶା

ପୁଣି ବଢ଼ିବ ତାତି, କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର() ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏନେଇ ୧୫ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହୋଇପାରେ ।

ସେହିଭଳି ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କୁଆପଥର ବର୍ଷା ସହ ଘଡ଼ିଘଡ଼ି ହୋଇପାରେ । ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ଆଶଙ୍କା ରହିଛି । ଏ ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଆଦି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟାରେ ସୋନପୁର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୨.୫ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା । ପାଣିପାଗ ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ପୁଣି ବଢ଼ିବ ତାତି । ଆଗାମୀ ୨୪ ଘଣ୍ଟା ପରେ ଅନେକ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ପାଇପାରେ । ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ପାରଦ ୪୦ ଡିଗ୍ରୀ ରେକର୍ଡ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com