ଓଡ଼ିଶା

ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର () ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ଯତ୍ନବାନ ହୁଅ । ସାଧାରଣଲୋକଙ୍କର କୌଣସି ବି ସମସ୍ୟା ଯେଭଳି ପୂରଣ ହୋଇ ପାରିବ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁମନ୍ତ୍ର ଦେଇଛନ୍ତି । ସୋମବାର ଅନୁଷ୍ଠିତ ନବ ନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷ ବୈଠକରେ ମୁଖ୍ୟମନ୍ତ୍ରୀ ପାନୀୟଜଳ ଯୋଗାଣ ଏବଂ ଜାଗା ମିଶନର ଫାଇଦା ଯେଭଳି ସମସ୍ତେ ପାଇ ପାରିବେ ମେୟର ଏବଂ ବିଜ୍ଞପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମାନେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ।

ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷ ମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି। ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତରରେ 5T principleର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ 5T principleକୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ଜରୁରୀ । ଏହି କର୍ମଶାଳାରେ ନଗର ଉନ୍ନୟନ ପଞ୍ଚାୟତି ରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା , ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର  ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି ମାଥି ଭାତ ନାନ ଓ ପୌର ନିର୍ଦ୍ଦେଶକ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଉପସ୍ଥିତ ଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com