ଓଡ଼ିଶା

୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ବି ଭିଜିବ ଓଡ଼ିଶା । ୧୪ ଜିଲ୍ଲାରେ ପ୍ରବଳ ବର୍ଷା । କାଳବୈଶାଖୀ ବର୍ଷାର ନେଇ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୂର୍ବ-ପଶ୍ଚିମ ଟ୍ରଫ୍‌ ଲାଇନ୍‌ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସକ୍ରିୟ ରହିଛି । ଏହା ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com