ସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୨,୯୨୭ କୋଭିଡ୍‌-୧୯ ଆକ୍ରାନ୍ତ; ୩୨ ଜଣ ମୃତ

ନୂଆଦିଲ୍ଲୀ() ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହି ଆସୁଛି। କିନ୍ତୁ ମୃତ୍ୟୁସଂଖ୍ୟା କମ୍‌ ବେଶୀ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୨୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୨ମୃତ୍ୟୁ ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୬୫୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨୫୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୫,୫୬୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୫୨୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୮,୧୯,୪୦,୯୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୫୯,୭୪,୦୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୦୫,୦୬୫ଟି ନମୁନା ।

Related Articles

Back to top button
WP Twitter Auto Publish Powered By : XYZScripts.com