ଓଡ଼ିଶା

ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ରାଜ୍ୟବାସୀ, ଆହୁରୀ ୨ ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି

ଭୁବନେଶ୍ବର() ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା । ପ୍ରତିଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଆସନ୍ତା ୩୦ ତାରିଖ ଯାଏଁ ଆହୁରି ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଯଦି ଏପରି ସ୍ଥିତି ଜାରି ରୁହେ ତେବେ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୭ ଡିଗ୍ରୀ ଛୁଇଁବା ନେଇ ଆଶଙ୍କା କରାଯାଉଛି ।

ଆଭ୍ୟନ୍ତରୀଣ ଓଡ଼ିଶାରେ ମେ’ ୩ ପର୍ଯ୍ୟନ୍ତ ହିଟଓ୍ୱେଭ୍ ପ୍ରଭାବ ରହିବ । ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଗ୍ରୀଷ୍ମ ପ୍ରବାହ ସମୟରେ ଖରାରୁ ଦୂରେଇ ରହିବା ପାଇଁ ଲୋକଙ୍କୁ ସଚେତନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ସେପଟେ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଆଜିଠୁ ମେ’ ୨ ତାରିଖ ପର୍ଯ୍ୟନ୍ତ ୟୁଜି ଓ ପିଜି ପାଠପଢ଼ା ବନ୍ଦ ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com