ଓଡ଼ିଶା

ଆଜି ଦିନ ୧୧ଟା ୩୦ ସୁଦ୍ଧା ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର() ଅସହ୍ୟ ଗରମରେ କଲବଲ ହେଉଛି ଓଡ଼ିଶା । ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତିରୁ ମୁକ୍ତି ମିଳିବନି ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦିନ ୧୧ଟା ୩୦ ସୁଦ୍ଧା ୪୦.୮ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡ଼ା । ଝାରସୁଗୁଡ଼ା ବ୍ୟତୀତ କେନ୍ଦୁଝରରେ ୪୦.୪ ଡିଗ୍ରୀ, ସମ୍ବଲପୁରରେ ୩୯.୬ ଡିଗ୍ରୀ, ହୀରାକୁଦରେ ୩୮.୪ ଡିଗ୍ରୀ, ଚାନ୍ଦବାଲିରେ ୩୭.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଆଜି ଦିନ ୧୧ଟା ୩୦ ସୁଦ୍ଧା ଭୁବେନଶ୍ୱରରେ ୩୬.୮ ଡିଗ୍ରୀ, ବାଲେଶ୍ବରରେ ୩୬.୬ ଡିଗ୍ରୀ, ପୁରୀରେ ୩୨.୪ ଡିଗ୍ରୀ, ପାରାଦୀପରେ ୩୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ତେବେ ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ୪ ଦିନ ଅସହ୍ୟ ତାତି ହେବ ବୋଲି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାୟୁମଣ୍ଡଳରେ ବାୟୁ ପ୍ରବାହରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନଥିବାରୁ ବଢ଼ିବ ତାତି । ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ହିଟ ଓ୍ବେଭ୍ ଜାରି କରାଯାଇଛି । ତେବେ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୭ ଡିଗ୍ରୀ ଛୁଇଁବା ନେଇ ଆଶଙ୍କା କରାଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com