ଓଡ଼ିଶା

ଆଜି ଦିନ ୧୧ଟା ୩୦ ସୁଦ୍ଧା ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର() ଅସହ୍ୟ ଗରମରେ କଲବଲ ହେଉଛି ଓଡ଼ିଶା । ଅସହ୍ୟ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ । ଆଜି ଓ ଆସନ୍ତାକାଲି ଆହୁରି କଲବଲ କରିବ ତାତି । ଅଧିକାଂଶ ଜିଲ୍ଲାରେ ୪୦ରୁ ୪୫ ଡିଗ୍ରୀ ମଧ୍ୟରେ ତାପମାତ୍ରା ରହିବ । ୨୪ ଘଣ୍ଟା ମଧ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୪୦.୪ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡ଼ା । ଝାରସୁଗୁଡ଼ା ବ୍ୟତୀତ ସମ୍ବଲପୁରରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଏହା ସହ ରାଜଧାନୀ ଭୁବନେଶ୍ୱରରେ ୩୯.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝରରେ ୩୯.୬ ଡିଗ୍ରୀ, ହୀରାକୁଦରେ ୩୮.୮ ଡିଗ୍ରୀ, ଚାନ୍ଦବାଲିରେ ୩୭.୨ ଡିଗ୍ରୀ, ବାଲେଶ୍ୱରରେ ୩୪.୪ ଡିଗ୍ରୀ, ପୁରୀରେ ୩୩.୨ ଡିଗ୍ରୀ, ପାରାଦ୍ୱୀପରେ ୩୧.୪ ଡିଗ୍ରୀ ଓ ଗୋପାଳପୁରରେ ୩୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ତେବେ ଆଗାମୀ ଦୁଇ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକଠୁ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦୁଇ ଦିନ ପରେ ମେ’ ପହିଲାରୁ କମିବ ତାପମାତ୍ରା । କାଳବେଶାଖୀ ପ୍ରଭାବରେ କମିବ ପାରଦ । ମେ ୧ ରୁ ୨ ତାରିଖ ମଧ୍ୟରେ ୨ ଡିଗ୍ରୀ ଯାଏ ତଳକୁ ଖସିବ ଦିନର ତାପମାତ୍ରା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com