ଓଡ଼ିଶା

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର() ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୧୧୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୮୩୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୯୫୪୨୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com