ସ୍ୱାସ୍ଥ୍ୟ

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୮୦୫ କରୋନା ପଜିଟିଭ୍, ୨୨ ମୃତ

ନୂଆଦିଲ୍ଲୀ() ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୮୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୯୮ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୨୦୩୦୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୫୪ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୦୨୪ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com