ଓଡ଼ିଶା

ଆଜି ଅବପାତର ରୂପ ନେବ ଲଘୁଚାପ, ସମ୍ଭାବ୍ୟ ବାତ୍ୟା ନେଇ ଆଜି ଆସିବ ସ୍ପଷ୍ଟ ଚିତ୍ର

ଭୁବନେଶ୍ବର () ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଶନିବାର ସକାଳ ସମୟରେ ସୁଦୃଶଃ ହୋଇଛି । ଲଘୁଚାପ ଅଧିକ ଘନୀଭୂତ ହୋଇ ଶନିବାର ଅବପାତରେ ପରିଣତ ହୋଇପାରେ । ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି ଏବଂ ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏଥିସହ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଅବପାତର ରୂପ ନେଇପାରେ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ବିଟ୍ କରି ସୂଚନା ଦେଇଛି ।

ରବିବାର ସନ୍ଧ୍ୟାରେ ଏହା ବାତ୍ୟାରେ ପରିଣତ ହୋଇପାରେ । ବାତ୍ୟା 10 ତାରିଖ ସୁଦ୍ଧା ଆନ୍ଧ୍ର-ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଅବପାତର ରୂପ ନେବା ପରେ ଭାରତୀୟ ପାଣିପାଗ କେନ୍ଦ୍ର ବାତ୍ୟା ସମ୍ପର୍କରେ ସ୍ପଷ୍ଟ ସୂଚନା ଦେଇପାରିବ । କେଉଁଠି ଲ୍ୟାଣ୍ଡଫଲ କରିବ ସେନେଇ ଚିତ୍ର ସ୍ପଷ୍ଟ ହେବ ବୋଲି କହିଛନ୍ତି ଏସଆରସି ପ୍ରଦୀପ ଜେନା । ସ୍ପଷ୍ଟ ସୂଚନା ମିଳିବା ପରେ NDRF, ODRAF ଓ ଅଗ୍ନିଶମ ବାହିନୀକୁ ନିୟୋଜିତ କରାଯିବ । ତେବେ 10 ତାରିଖ ଦିନ ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହୋଇପାରେ ।

Related Articles

Back to top button
WP Twitter Auto Publish Powered By : XYZScripts.com