ଓଡ଼ିଶା

ଶ୍ରୀମନ୍ଦିର ଚାରିପଟେ ଚାଲୁଥିବା କାମ ବନ୍ଦ କର, ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର- ହିନ୍ଦୁ ସଂଗଠନ

ଭଦ୍ରକ() ଶ୍ରୀମନ୍ଦିର ସୁରକ୍ଷା ଦାବିରେ ଶୋଭାଯାତ୍ରା । ଭଦ୍ରକରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ସମେତ ବହୁ ହିନ୍ଦୁ ସମିତି ପକ୍ଷରୁ ବିରାଟ ଶୋଭାଯାତ୍ରା କରାଯାଇଛି । ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

ଖବର ଅନୁଯାୟୀ, ଶ୍ରୀମନ୍ଦିର ସୁରକ୍ଷା ଦାବିରେ ବିଭିନ୍ନ ହିନ୍ଦୁ ସଂଗଠନ ପକ୍ଷରୁ ଭଦ୍ରକ ବାଇପାସ ସ୍ଥିତ ଜଗନ୍ନାଥ ମନ୍ଦିର ନିକଟରୁ ଏକ ଶୋଭାଯାତ୍ରା ସହର ପରିକ୍ରମ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲା । ସେଠାରେ ଶ୍ରୀମନ୍ଦିରକୁ ସୁରକ୍ଷା ଦିଆଯାଉ ବୋଲି ନାରାବାଜି କରିଥିଲେ ।

ପୁରୀରେ ଚାଲିଥିବା ନିର୍ମାଣ କାର୍ଯ୍ୟ ମନ୍ଦିର ଉପରେ ପ୍ରଭାବ ପକାଇବ ବୋଲି କର୍ମକର୍ତ୍ତାମାନେ କହିଥିଲେ । ଏହାସହିତ ଯଦି ରାଜ୍ୟ ସରକାର ତୁରନ୍ତ କାର୍ଯ୍ୟକୁ ବନ୍ଦ ନକରନ୍ତି, ତେବେ ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି । ଶେଷରେ ହିନ୍ଦୁ ସଂଗଠନ ପକ୍ଷରୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com