ଓଡ଼ିଶା

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୮ କରୋନା ପଜିଟିଭ୍

(ଭୁବନେଶ୍ୱର) ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୧୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ୩ ଜଣ ସଂକ୍ରମିତ ଅଛନ୍ତି । ସେହିପରି ୧୮ ବର୍ଷ କମ୍‌ ବୟସ ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୮୭୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୪୩୯୯୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com