ଓଡ଼ିଶା

ରାଜ୍ୟରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୭ କରୋନା ପଜିଟିଭ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୩୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସ ମଧ୍ୟରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୯୨୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୪୬୯୩୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com