ଓଡ଼ିଶା

ଦୁର୍ବଳ ହେଲା ଭୀଷଣ ବାତ୍ୟା ଅସାନି, ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ବାତ୍ୟା

ଭୁବନେଶ୍ୱର: ଦୁର୍ବଳ ହେଲା ଭୀଷଣ ବାତ୍ୟା ’ଅସାନି’ । ବର୍ତ୍ତମାନ ଏହା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦ କିମି ଦୂରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ । ଗତ ୬ ଘଣ୍ଟାରେ ଏହା ୧୨ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିଛି l ଉପକୂଳ ଜିଲ୍ଲାଗୁଡ଼ିକ ସହ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ଏସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆଲର୍ଟ କରାଯାଇଛି ।

ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତକାଲି  ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ବାତ୍ୟା ଅସାନି ପ୍ରଭାବରେ ଏବେଠାରୁ କିଛି ସ୍ଥାନରେ ବର୍ଷା ହେବାରେ ଲାଗିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com