ଓଡ଼ିଶା

ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି; ଜୁନ ୧୦ରେ ଓଡିଶାର ୩ ଆସନ ପାଇଁ ମତଦାନ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଓଡିଶା ସମେତ ୧୫ ରାଜ୍ୟର ମୋଟ ୫୭ ଆସନ ପାଇଁ ହେବ ନିର୍ବାଚନ । ଜୁନ ୨୧ରୁ ଅଗଷ୍ଟ ଏକ ତାରିଖରେ ମଧ୍ୟରେ ଏହି ସବୁ ଆସନ ଖାଲି ହେବାକୁ ଯାଉଛି।

ଜୁନ ୧୦ରେ ତିନୋଟି ଆସନ ପାଇଁ ହେବ ମତଦାନ । ସକାଳ ୯ଟାରୁ ଅପରାହ୍ଣ ୪ଟା ଯାଏଁ ହେବ ମତଦାନ। ଓଡ଼ିଶା ସମେତ ୧୫ଟି ରାଜ୍ୟରେ ହେବ ନିର୍ବାଚନ । ଜୁଲାଇ ୧ରେ ସରୁଛି ଓଡ଼ିଶାର ୩ ସାଂସଦଙ୍କ କାର୍ଯ୍ୟକାଳ। ଏନ.ଭାଷ୍କର ରାଓ, ସସ୍ମିତ ପାତ୍ର ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେବେ ମେ’ ୨୪ରେ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।

Related Articles

Back to top button