ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ  ୧୮ ଜଣ କରୋନା ପଜିଟିଭ୍ , ଦେଶରେ ୩୮୫୮ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ  ୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୯୦ଜଣକୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସ ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୯୮୦ଜଣ ସୁସ୍ଥ ହୋଇଛନ୍ତି । ସେପଟେ ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ  ୨୮୫୮ କରୋନା ପଜିଟିଭ୍ ରେ ଆକ୍ରାନ୍ତ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com