ସ୍ୱାସ୍ଥ୍ୟ
ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୨୦୨ କରୋନା ପଜିଟିଭ୍
ନୂଆଦିଲ୍ଲୀ: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
#COVID19 | India reports 2,202 fresh cases, 2,550 recoveries, and 27 deaths in the last 24 hours.
Total active cases are 17,317. Weekly positivity rate is presently at 0.59% pic.twitter.com/HWYntrCyh4
— ANI (@ANI) May 16, 2022