ଓଡ଼ିଶା

୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ; ୨୦ ଜିଲ୍ଲାରେ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର:  ରାଜ୍ୟରେ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଏବଂ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କିଲୋମିଟରରେ ପହଞ୍ଚିବାର ସମ୍ଭାବନା ରହିଛି।ସେହିପରି ରାୟଗଡ଼ା, କନ୍ଧମାଳ, ଗଜପତି, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪ରୁ ୫ ଦିନ ପର‌୍ୟ୍ୟନ୍ତ ରାଜ୍ୟରେ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର ସମ୍ଭାବନା ନଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Related Articles

Back to top button
WP Twitter Auto Publish Powered By : XYZScripts.com