ଭୁବନେଶ୍ୱର: ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତ ସମୟରେ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର, ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନଥିବା କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
Back to top button