ଓଡ଼ିଶା

କାଳବୈଶାଖୀ ସମ୍ଭାବନା ନେଇ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର:  ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୫ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନାହିଁ; ରାଜ୍ୟର ପଶ୍ଚିମାଞ୍ଚଳ ଓ ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ଗ୍ରୀଷ୍ମପ୍ରବାହର ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Related Articles

Back to top button