ଓଡ଼ିଶା

ରାଜ୍ୟରେ ବର୍ଷା ଆଣିଲା ସାମାନ୍ୟ ଆଶ୍ୱସ୍ତି, ୭ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ସକାଳୁ କୋହଲା ପାଗ ସାଙ୍ଗକୁ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ବିଭିନ୍ନ ସ୍ଥାନାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, କୋରାପୁଟ, ରାୟଗଡ଼ା, ଗଜପତିରେ ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପର ସୋମବାର କାଳବୈଶାଖୀ ପାଇଁ ୫ ଜିଲାକୁ ୟେଲୋ ଆଲର୍ଟ କରାଯାଇଛି । ଅନ୍ୟପଟେ ୨୪ ଓ ୨୫ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲାରେ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com