ଓଡ଼ିଶା
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ପଜିଟିଭ ଚିହ୍ନଟ, ଜଣେ ୧୮ ବର୍ଷରୁ କମ୍ ବର୍ଗର
ଭୁବନେଶ୍ବର: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ମାତ୍ର ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 26th May
New Positive Cases: 9
Of which 0-18 years: 1
In quarantine: 5
Local contacts: 4(Details of local contacts will be shared by concerned District)
1. Balasore: 2
2. Cuttack: 1
3. Khurda: 3
4. Sundargarh: 3— I & PR Department, Odisha (@IPR_Odisha) May 27, 2022