ଓଡ଼ିଶା

ମଦ୍ୟପ ସ୍ବାମୀର ଉନ୍ମତ୍ତ କାଣ୍ଡ, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ବାମୀ

କରଞ୍ଜିଆ: ମଦ୍ୟପ ସ୍ବାମୀର ଉନ୍ମତ୍ତ କାଣ୍ଡ। ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ବାମୀ। ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଥାନା ଅସୁରା ଗାଁ ଖଡ଼ିଆ ସାହିର ଘଟଣା।

ଖବର ଅନୁଯାୟୀ, କୌଣସି କଥାକୁ କେନ୍ଦ୍ର କରି ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ବାମୀ । ମୃତ ସ୍ତ୍ରୀ ହେଲେ କାଲି ଦେହୁରୀ। ହତ୍ୟା କରିବା ପରେ ସ୍ବାମୀ ଭରତ ଦେହୁରୀ ଫେରାର ହୋଇଯାଇଛନ୍ତି। ସେପଟେ ହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ଯଶୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com