ଓଡ଼ିଶା

ବ୍ରଜରାଜନଗର ଉପନିର୍ବାଚନ : ୧୧ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ

ଝାରସୁଗୁଡ଼ା: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜାରି ରହିଛି ମତଦାନ । ଦିନ ୧୧ ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଥିଲା ।

ଖବର ଅନୁଯାୟୀ, ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ଲାଗି ଜାରି ରହିଛି ମତଦାନ । ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଚାଲିବ ଭୋଟ୍ ଗ୍ରହଣ । ୧୧ ଜଣ ପ୍ରାର୍ଥୀଙ୍କୁ ଭୋଟ୍ ଦେବେ ୨ଲକ୍ଷ ୧୪ହଜାର ୮୭୮ ଭୋଟର। ଭୋଟ ଗ୍ରହଣ ପାଇଁ ୨୭୯ ବୁଥ ହୋଇଛି । ଏଥର ୬୦ଟି ବୁଥ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଥିବା ବେଳେ ସେସବୁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଭିଡିଓଗ୍ରାଫି କରାଯାଉଛି । ଭୋଟ୍ ଗ୍ରହଣ ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ ହୋଇଛି । ଏଥର ବୁଥ୍‌ରେ କେନ୍ଦ୍ରୀୟ ସୁରକ୍ଷା ବାହିନୀର ଯବାନ ମୁତୟନ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com