ଓଡ଼ିଶା

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୪ ଜଣ କୋଭିଡ ପଜିଟିଭ

ଭୁବନେଶ୍ଵର: ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୫୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୯୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୬୦୦୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com