ଓଡ଼ିଶା

ପାଣି ଟ୍ୟାଙ୍କରକୁ ପଛପଟୁ ଧକ୍କା ଦେଲା କାର୍ : ଜଣେ ମୃତ, ୨ ଜଣ ଗୁରୁତର

ଭଦ୍ରକ: ରାସ୍ତା କଡରେ ଛିଡା ହୋଇଥିବା ପାଣି ଟ୍ୟାଙ୍କର ପଛପଟୁ ଧକ୍କା ଦେଲା କାର୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ଜଳେଶ୍ବର ଅଞ୍ଚଳର ମହାରାଣୀ ପ୍ରଧାନ । ୧୬ ନଂ ଜାତୀୟ ରାଜପଥ ଚରମ୍ପା ନିକଟରେ ଏଭଳି ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଚରମ୍ପା ନିକଟରେ ରାସ୍ତା କଡରେ ପାଣି ଟ୍ୟାଙ୍କରଟି ଛିଡା ହୋଇଥିଲା । ଭୁବନେଶ୍ବର ଆଡୁ ଏକ କାର୍ ଦ୍ରୁତ ଗତିରେ ଆସୁଥିବା ବେଳେ ଭାରସ୍ୟାମ ହରାଇ ଟ୍ରକ୍ ପଛପଟୁ ଧକ୍କା ଦେଇଥିଲା । ଏପରିକି କାରର ସମ୍ମୁଖ ଭାଗ ଟ୍ରକ୍ ଭିତରକୁ ପଶି ଯାଇଥିଲା । ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀ ପହଞ୍ଚି କାର୍ ମଧ୍ୟରେ ଥିବା ତିନି ଜଣଙ୍କୁ ଉଦ୍ଧାର କରିଥିଲେ । ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାବେଳେ ଅନ୍ୟ ଦୁଇ ଜଣ ଗୁରୁତର ଅଛନ୍ତି । ଅଗ୍ନିଶମ ବାହିନୀ ଦୀର୍ଘ ସମୟ ଚେଷ୍ଟା କରିବା ପରେ କାର୍ ମଧ୍ୟରୁ ତିନି ଜଣଙ୍କୁ ଉଦ୍ଧାର କରିଥିଲେ । ପରେ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତରମାନେ ଜଳେଶ୍ବର ଅଞ୍ଚଳର ବୋଲି ଅନୁମାନ କରାଯାଉଛି । ଏମାନେ ଭୁବନେଶ୍ବରରୁ ଜଳେଶ୍ବରକୁ ଫେରୁଥିବା ବେଳେ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com