ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଆସିଲା ରାୟ । ପେନାଲ୍ଟିଂ ସହ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ଦୁଇ ଆବେଦନକାରୀଙ୍କୁ ୨ ଲକ୍ଷ ଲେଖାଏଁ ଜରିମାନା ପାଇଁ ନିର୍ଦ୍ଦେଶ ହୋଇଛି । ଏହି କାମ ବିପୁଳ ଜନସ୍ବାର୍ଥ ପାଇଁ କରାଯାଉଛି । ଏଭଳି ଭାବେ ପିଆଇଏଲ୍ ଫାଇଲ୍ କରିବା ଆଇନର ଦୁରୁପଯୋଗ କରୁଛି ବୋଲି କହିଛନ୍ତି ସୁପ୍ରିମକୋର୍ଟ ।
ପରିକ୍ରମା ପ୍ରକଳ୍ପକୁ ବିରୋଧରେ ସୁପ୍ରିମକୋର୍ଟରେ ଦାୟର ହୋଇଥିଲା ମାମଲା । ଗତକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ସୁପ୍ରିମ କୋର୍ଟ । ଗତ ମେ` ମାସ ୯ ତାରିଖରେ ମାମଲାର ଶୁଣାଣି କରିଥିଲେ ଓଡ଼ିଶା ହାଇକୋର୍ଟ ।
ତେବେ ଶ୍ରୀମନ୍ଦିର ଚାରି ପାଖରେ ଚାଲିଥିବା ଖନନ ଓ ନିର୍ମାଣ କାର୍ଯ୍ୟକୁ ବନ୍ଦ କରିବା ପାଇଁ ହାଇକୋର୍ଟ କୌଣସି ସ୍ଥଗିତାଦେଶ ଦେଇନଥିବାରୁ ଏହା ବିରୋଧରେ ସୁପ୍ରିମ କୋର୍ଟରେ ସୁମନ୍ତ କୁମାର ଘଡ଼େଇ ସମେତ ପୃଥକ ଭାବେ ୩ଟି ସ୍ବତନ୍ତ୍ର ଲିଭ୍ ପିଟିସନ ଦାଖଲ ହୋଇଥିଲା । ତେବେ ରାଜ୍ୟ ସରକାର ମେ’ ୧୩ ତାରିଖରେ ସୁପ୍ରିମ କୋର୍ଟ ଏହି ମାମଲାରେ କ୍ୟାଭେଟ୍ ଫାଇଲ୍ କରିଥିଲେ ।
Back to top button