ଜାତୀୟ

ଧାନ ସମେତ ୧୭ଟି ଫସଲର ଏମଏସପି ବୃଦ୍ଧି

ନୂଆଦିଲ୍ଲୀ : ଧାନ ସମେତ ୧୭ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ପ୍ରସ୍ତାବକୁ ମଂଜୁରୀ ଦିଆଯାଇଛି । ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ ୨୦୨୨-୨୩ ଖରିଫ ଋତୁ ପାଇଁ ସରକାର ୧୭ଟି ଫସଲର ଏମଏସପି ବୃଦ୍ଧି କରିଛନ୍ତି । ଏମଏସପି ବୃଦ୍ଧି ଦ୍ବାରା କୃଷକଙ୍କ ଆୟ ଆହୁରି ବୃଦ୍ଧି ପାଇବ । ସାଧାରଣ ଗ୍ରେଡ୍ ଧାନର ଏମଏସପି କ୍ବିଣ୍ଟାଲ ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ୨୦୪୦ ଟଙ୍କାରେ ପହଞ୍ଚିଛି । ସେହିପରି ଏ-ଗ୍ରେଡ ଧାନର ଏମଏସପି ୨୦୬୦ ଟଙ୍କାକୁ ବୃଦ୍ଧି ପାଇଛି । ଚଳିତ ବର୍ଷ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାଯୋଗୁଁ ଧାନ ଉତ୍ପାଦନ ବୃଦ୍ଧି ପାଇବା ଆଶା କରାଯାଉଛି । ମାତ୍ର ଅନ୍ତର୍ଜାତୀୟ ବଜାରରେ ରାସାୟନିକ ସାର ପାଇଁ ଉଦ୍ଦିଷ୍ଟ କଞ୍ଚାମାଲର ମୂଲ୍ୟ ବୃଦ୍ଧି ଯୋଗୁଁ ଦେଶରେ ସାର ମହଙ୍ଗା ହୋଇଛି । ଏହା ଯୋଗୁଁ ଚାଷୀଙ୍କ ଖର୍ଚ୍ଚ ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଧାନର ଏମଏସପି ବୃଦ୍ଧି କରାଯାଇଥିବା କୁହାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com