ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବନକଲାଗି ବେଶ ପାଇଁ ୪ ଘଣ୍ଟା ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବେ ଏହି ସମୟରେ । ଏହି କାରଣରୁ ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ୪ ଘଣ୍ଟା ଧରି ସର୍ବସାଧାରଣଙ୍କ ସକାଶେ କାଳିଆର ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
ବନକଲାଗି ହେଉଛି ମହାପ୍ରଭୁଙ୍କ ଗୁପ୍ତନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପହର ଧୂପ ସରିବା ପାରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।
Back to top button