ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ ଆୟୋଗ ଦେଶର ୧୬ତମ ରାଷ୍ଟ୍ରପତି ନିର୍ବାଚନର ଘୋଷଣା କରିଛନ୍ତି । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ଅନୁସାରେ, ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ହେବ । ତେବେ ଜୁନ ୧୫ରେ ଏଥିପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁନ ୨୯ ପ୍ରାର୍ଥୀ ପତ୍ର ଦାଖଲର ଶେଷ ତାରିଖ । ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତାଦାନ ହେବ । ସେହିପରି ଜୁଲାଇ ୨୧ରେ ମତଗଣନା ହେବ।
ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେବ। ଏହା ପୂର୍ବରୁ ରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା ଶେଷ ହେବ। ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦିଲ୍ଲୀରେ ହିଁ ହୋଇପାରିବ । ଦିଲ୍ଲୀଛଡା ଅନ୍ୟ କୌଣସି ସ୍ଥାନରେ ନୋମିନେସନ ହୋଇପାରିବ ନାହିଁ।
ମୁଖ୍ୟ ନିର୍ବାଚନ ଆୟୋଗ ରାଜୀବ କୁମାରଙ୍କ ଅନୁସାରେ ନିର୍ବାଚିତ ପ୍ରତିନିଧି( ଲୋକସଭା, ରାଜ୍ୟସଭା ଏବଂ ରାଜ୍ୟ ବିଧାନସଭା) ଏହି ନିର୍ବାଚନ ପ୍ରକ୍ରିୟାରେ ସାମିଲ ହୋଇପାରିବେ।
Back to top button