ଓଡ଼ିଶା

ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି, ୪ ଦିନ ଯାଏ ରଜ୍ୟରେ ବୃଷ୍ଟିପାତ ସୂଚନା

ଜୁନ୍ ୧୨ ତଥା ଶନିବାରରୁ ଆଗାମୀ ୪ ଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସୂଚନାକୁ ନେଇ ସତର୍କତା ଜାରି କରିଛନ୍ତି ରାଜ୍ୟ ଜରୁରୀକାଳୀନ ଅଧିକାରୀ । ରାଜ୍ୟର ୧୨ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ଏହି ସବୁ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ମୌସୁମୀ ବିଳମ୍ବିତ ହେଉଥିବାରୁ ଏଥର ରଜ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁ ନ ପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳ ମୌସୁମୀ ଛୁଇଁଲାଣି । ଦକ୍ଷିଣ ଭାରତରେ ବି ମୌସୁମୀର ଅଗ୍ରଗତି ଉତ୍ସାହଜନକ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com