ଓଡ଼ିଶା

ଖରା ଛୁଟିପରେ ପାଠପଢା ନେଇ ସରକାରଙ୍କ ପକ୍ଷରୁ ନିୟମାବଳୀ ଜାରି , ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଗୁରୁତ୍ୱ ଆରୋପ

ଖରାଛୁଟି ସରିବା ପରେ କିଭଳି ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ( OSEPA) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି।  ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ OSEPA ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି। କରୋନା କାଳରେ କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ। ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ। ଶିକ୍ଷକମାନେ ପାଠପଢାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ୱତନ୍ତ୍ର ଯୋଜନା କରିବେ। CRCCମାନେ ନିଜ କ୍ଲଷ୍ଟରରେ ପାଠପଢା ଉପରେ ତୀକ୍ଷଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ। ଶିକ୍ଷକ, ଶିକ୍ଷୟିତ୍ରୀ ଠିକ୍ ଭାବେ ପଢାଉଛନ୍ତି କି ନାହିଁ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶିକ୍ଷକଙ୍କ ପାଠପଢା ତଥ୍ୟ ବିଦ୍ୟାଳୟରେ ସ୍ୱତନ୍ତ୍ର ରେଜିଷ୍ଟରରେ ଉଲ୍ଲେଖ ରହିବ। ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ୍‌ ପିଲାଙ୍କୁ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାକୁ ଯାଞ୍ଚ କରିବେ। ଏଦିଗରେ ପଦକ୍ଷେପ ନେବାକୁ ସବୁ ଡିଇଓ ଓ ଡିପିସିଙ୍କୁ ନିର୍ଦେଶ ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com