Breaking NewsFeaturedଓଡ଼ିଶାଶିକ୍ଷା

ବୁଧବାର ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷା ଫଳ, ସ୍ପଷ୍ଟ କଲା CHSE

କଟକ: ମେ ୩୧ ତାରିଖ ବୁଧବାର ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷା ଫଳ । ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଫଳ ପ୍ରକାଶ ପାଇବ । ପୂର୍ବାହ୍ନ ୧୧ ଟାରେ ପରୀକ୍ଷା ଫଳ ଘୋଷଣା କରାଯିବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହୋଇଥିଲା । ମୋଟ ୧ ହଜାର ୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । କଳାରେ ୨ ଲକ୍ଷ ୧୯ ହଜାର ୧୧୦ ଜଣ ପରୀକ୍ଷା ଦେଇଥିବା ବେଳେ ବିଜ୍ଞାନରେ ୯୧ ହଜାର ୩୭୯ ଓ ବାଣିଜ୍ୟରେ ୨୩ ହଜାର ୧୪୮ ଜଣ ପରୀକ୍ଷା ଦେଇଥିଲେ । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୧୦ ତାରିଖରୁ ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା । ତେବେ ଆସନ୍ତାକାଲି ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଥିବା ବେଳେ କଳା ଓ ଧନ୍ଦାମୂଳକ ପରୀକ୍ଷାର ଫଳ ପରେ ପ୍ରକାଶ ପାଇବ । ଏହା ପୂର୍ବରୁ ମେ ୧୮ରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ସେଥିରେ ୯୬.୪ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com