ଓଡ଼ିଶା

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଙ୍ଗୁଲି

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ଦାଦା । ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ବାରବାଟୀ ମ୍ୟାଚ ପାଇଁ ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ଭୁବନେଶ୍ବରରେ ପହଞ୍ଚିବା ପରେ ଅପରାହ୍ନ ୫ଟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ ସୌରଭ ଗାଙ୍ଗୁଲି । ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ଦାଦା ବାରବାଟୀ ଷ୍ଟାଡିୟମ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଦେଖିବେ । ସୂଚନା ଅନୁସାରେ ଆଜି ବାରବାଟୀରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Related Articles

Back to top button
WP Twitter Auto Publish Powered By : XYZScripts.com