ସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୮,୫୮୨ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୪ଜଣ ମୃତ

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଅଳ୍ପ ବୃଦ୍ଧି ପାଇ ୮,୫୮୨ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୫୮୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮,୫୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୨୨,୦୧୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୬୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୪୩୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୫୨,୭୪୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୪୫୧୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୦୭,୦୮,୫୪୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୪୮,୫୯,୪୬୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୧୬,୧୭୯ଟି ନମୁନା।

Related Articles

Back to top button
WP Twitter Auto Publish Powered By : XYZScripts.com