ଜାତୀୟରାଜନୀତି

ରାହୁଲଙ୍କୁ ଜେରା କରୁଛି ଇଡି, କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ: ନ୍ୟାଶନାଲ ହେରାଲ୍ଡ ଅର୍ଥ ହେରଫେର ମାମଲାରେ ପ୍ରଦର୍ଶନ ନିର୍ଦ୍ଦେଶାଳୟ (ED)ରେ ହାଜର ହୋଇଛନ୍ତି ରାହୁଲ ଗାନ୍ଧୀ  । ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଅନ୍ୟାନ୍ୟ ନେତା ଓ କର୍ମୀଙ୍କ ସହ ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ରାହୁଲ  । ରାହୁଲଙ୍କୁ ପଚରା ଉଚୁରା ଆରମ୍ଭ କରିଛି ଇଡି  । ଯାଞ୍ଚ ଏଜେନ୍ସୀର ୩ ଅଧିକାରୀ ରାହୁଲଙ୍କୁ ଜେରା କରୁଛନ୍ତି  । ଏହି ସମସ୍ତ ପ୍ରକ୍ରିୟା ଡେପୁଟି ନିର୍ଦ୍ଦେଶକ ପାହ୍ୟା ଅଫିସରଙ୍କ ତତ୍ତ୍ବାବଧାନରେ ଚାଲିଛି  ।

ଶାସକ ବିଜେପି ବିରୁଦ୍ଧରେ ପ୍ରତିଶୋଧ ରାଜନୀତି କରୁଛି  । ଇଡିର ଅପବ୍ୟବହାର କରି କେନ୍ଦ୍ର ସରକାର ଦଳକୁ ଟାର୍ଗେଟ କରୁଛନ୍ତି । କିନ୍ତୁ ଦଳ ପଛକୁ ହଟିବ ନାହିଁ ବରଂ ଏହା ବିରୁଦ୍ଧରେ ସତ୍ୟାଗ୍ରହ କରିବ ବୋଲି କହିଛି କଂଗ୍ରେସ ।  ଆଜି ଦଳର ବରିଷ୍ଠ ନେତା ଓ ସାଂସଦଙ୍କ ସହ ମାର୍ଚ୍ଚ କରି ରାହୁଲ ଇଡି ମୁଖ୍ୟାଳୟରେ ପହଞ୍ଚିବା ପାଇଁ ନିଷ୍ପତ୍ତି ନେଇଥିଲା କଂଗ୍ରେସ  । କିନ୍ତୁ ଏଥିପାଇଁ ଅନୁମତି ଦେଇନଥିଲା ଦିଲ୍ଲୀ ପୋଲିସ  ।

ଫଳରେ ରାହୁଲ କାର୍ଯ୍ୟକର୍ତ୍ତାଙ୍କ ସହ ପାର୍ଟି ଅଫିସରୁ ପାଦରେ ମାର୍ଚ୍ଚ କରି  ଇଡି ଅଫିସ ଯିବା ସମୟରେ ତାଙ୍କୁ ରାସ୍ତାରେ ଅଟକାଇଥିଲା ପୋଲିସ  । ସେପଟେ ଇଡି ଅଫିସ ସାମନାରେ ପହଞ୍ଚି ବିରୋଧ କରିଥିଲେ ଦଳୀୟ କର୍ମୀ । ସେଣ୍ଟ୍ରାଲ ଦିଲ୍ଲୀରେ ପ୍ରଦର୍ଶନ କରୁଥିବା କର୍ମୀଙ୍କୁ ଉଠାଇ ନେଇଛି ପୋଲିସ  । କଂଗ୍ରେସ ନେତା ରଜନୀ ପାଟିଲ, ଅଖିଳେଶ ପ୍ରସାଦ ସିଂ, ଏଲ ହନୁମନ୍ତେୟା ଏବଂ ଥିରୁନାମ୍ବୁକାରାସରଙ୍କୁ ମନ୍ଦିର ମାର୍ଗ ପୋଲିସ ଅଟକ ରଖିଛି  ।

Related Articles

Back to top button
WP Twitter Auto Publish Powered By : XYZScripts.com