ଓଡ଼ିଶା

୨୪ ଘଣ୍ଟାର ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର: ଆଉ ୨୪ ଘଣ୍ଟାର ଅପେକ୍ଷା । ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟକୁ ପଶ୍ଚିମ ବଙ୍ଗୋପସାଗରରୁ ବହୁଛି ପବନ । ଫଳରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଏବେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଜାରି ରହିଛି ପ୍ରାକ୍ ମୌସୁମୀ ବର୍ଷା । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଅନୁଗୁଳ, କେନ୍ଦୁଝର, ଗଞ୍ଜାମ, ଗଜପତି, ଯାଜପୁର, ନୟାଗଡ଼, ନୂଆପଡ଼ାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି ।

ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତାକାଲିଠୁ ବର୍ଷା ପରିମାଣ ଓ ବିସ୍ତୃତି ବଢିବ । ଅନ୍ୟପଟେ ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ସେପଟେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ଏବେ ବି ୪୦ ଡିଗ୍ରୀ ଉପରେ ରହୁଛି । ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com